କାଲିଠୁ ଜମିବ ଶିଶିର ସରସ- ୨୦୨୪
ଭୁବନେଶ୍ୱର, ୫/୧ (ଅଭିଜିତ୍ ସିଂ) : ଜାନୁଆରୀ ୬ ତାରିଖରୁ ଆରମ୍ଭ ହେବ ଜାତୀୟସ୍ତରୀୟ ହସ୍ତତନ୍ତ, ହସ୍ତଶିଳ୍ପ ଓ ଖାଦ୍ୟ ମେଳା ଶିଶିର ସରସ- ୨୦୨୪ । ବରମୁଣ୍ଡାସ୍ଥିତ ବିଜୁ ପଟ୍ଟନାୟକ ଖେଳ ପଡିଆରେ ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସକାଳ ୧୧ଟା ୩୦ ରୁ ରାତି ୯ ଟା ପର୍ଯ୍ୟନ୍ତ ଚାଲିବ ମେଳା । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅଧିନସ୍ଥ ଓରମାସ ଦ୍ବାରା ଆୟୋଜିତ ଏହି ମେଳାକୁ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ । […]