“ପ୍ରଣାମୀ ପୂର୍ଣ୍ଣଚନ୍ଦ୍ର” ପୁସ୍ତକ ଲୋକାର୍ପିତ
ଗଜପତି: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ହିତୈଷିଣି ସମାଜର ସଭାଗୃହରେ ସିଦ୍ଧାନ୍ତ ସାହିତ୍ୟ ଅନୁଷ୍ଠାନର ଅଧ୍ୟକ୍ଷା ଡକ୍ଟର ଅନ୍ନପୂର୍ଣ୍ଣା ଦେବୀଙ୍କ ସଭାପତିତ୍ୱରେ ଏକ ପୁସ୍ତକ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଆଶାଲତା ପାଣିଗ୍ରାହୀ ଅତିଥି ଆବାହନ କରିଥିବା ବେଳେ ବି.କମଳାଙ୍ଗୀ ପ୍ରାରମ୍ଭିକ ସଙ୍ଗୀତ ପରିବେଷଣ କରିଥିଲେ । ଗଜପତି ଜିଲ୍ଲାପାଳ ଲିଙ୍ଗରାଜ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରିବା ସହ ଉପାନ୍ତ ପ୍ରହରୀ […]