ଭୁବନେଶ୍ୱରରେ ଆଜିଠୁ ୧୮ ପର୍ଯ୍ୟନ୍ତ କାଳବୈଶାଖୀ ସହ ବର୍ଷା ସମ୍ଭାବନା
(ବ୍ୟୁରୋ ରିପୋର୍ଟ) : ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ପାଗ ପରିବର୍ତ୍ତନ ହୋଇଛି । ଆକାଶ ମେଘାଛନ୍ନ ରହିଥିବାବେଳେ କିଛି ଅଞ୍ଚଳରେ ବର୍ଷା ହେଉଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଦେବଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା । […]